Loading...

299 Big Street, Govindpur, India

Open daily 10:00 AM to 10:00 PM

୧୫/୫/ ୨୦୨୩ ମସିହା ସୋମବାରଦିନ ମେଷ ରାଶିରୁ ବୃଷ ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12ଟି ରାଶିଙ୍କ ଉପରେ ପ୍ରଭାବ

୧୫/୫/ ୨୦୨୩ ମସିହା ସୋମବାରଦିନ ମେଷରାଶିରୁ ବୃଷ ରାଶିକୁ ରବି ସଂକ୍ରମଣ କରିବେ । ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରଫଳ ବିବେଚନା କରିବାକୁ ପଡିଥାଏ । ରବିଗ୍ରହ ଯଦି ଗୋଚରରେ ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଶୁଭଫଳମିଳେ ନାହିଁ । ରବିବୃଷ ରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି ଆପଣ ମାନଙ୍କର, କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା-

ମେଷ:- ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ୟାର ସମାଧାନ ହୋଇ ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ବୁଦ୍ଧିମତା କାରଣରୁ ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:- ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ ଓ ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ଯିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- ପ୍ରତ୍ୟେକଦିନ ଅସହାୟକୁ ନିରାଶ କରିବେ ନାହିଁ ।

କର୍କଟ:-କର୍କଟରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆର୍ଥିକ ଉନ୍ନତି ଯୋଗୁ ଗୃହର ବାତାବରଣ ଶାନ୍ତ ରହିବ । ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମିତ୍ର ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନା ପ୍ରସ୍ତୁତ କରି ପାରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଋଣପ୍ରାପ୍ତି, କର୍ମତତ୍ପର, ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଆଶାତୀତ ଲାଭବାନ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ସବୁଥିରେ ସଫଳତା ମିଳିବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ପାଇବେ ଓ ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ ଓ ଧୈର୍ଯ୍ୟ, ସହନଶୀଳତା ଯୋଗେ ଯଶ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ତୁଳାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସନ୍ତାନ ମାନଙ୍କର ଉନ୍ନତି ହେବା ସହ ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ଅଫିସ୍ ରେ ସିନିୟରମାନେ ଆପଣଙ୍କ ପ୍ରତି ସଂବେଦନ ଶୀଳ ହୋଇପାରନ୍ତି । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । ପରିବାର ଜନଙ୍କ ସହିତ କୌଣସି ମନୋରଂଜନ ଯାତ୍ରାରେ ଯୋଗ ଦେବେ । ପୂର୍ବରୁ ଅଟକିଥିବା କାର୍ଯ୍ୟକୁ ଶୀଘ୍ର ପୂରଣ କରିବା ପାଇଁ ଚେଷ୍ଟା କରିପାରନ୍ତି । କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ । ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବିଚ୍ଛାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟା, ବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବିଦେଶରେ ଅଧ୍ୟୟନ କରୁଥିବା କିମ୍ବା ଅନୁସନ୍ଧାନ କରୁଥିବା ଶିକ୍ଷାର୍ଥୀଭଲ ସଫଳତା ପାଇବେ । ଆର୍ଥିକ ପ୍ରସଙ୍ଗରେ ସମସ୍ୟା ଦୂର ହେବା ଫଳରେ ଆପଣଙ୍କର ସଞ୍ଚୟ ପ୍ରଭାବିତ ହୋଇପାରେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିପାରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରିବାସହ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଧନୁରାଶିଜାତଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ । ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସହକର୍ମୀ ମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବାସହ ନୂତନ କର୍ମପ୍ରାପ୍ତି ହୋଇପାରେ । ସନ୍ତାନର ସୁଖବର ଶୁଣି ଖୁସିହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଦୂରଯାତ୍ରା କରି ମନ ଖୁସି ରହିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ମକରରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶାରିରୀକ ସୁସ୍ଥତା ଦେଖା ଦେବା ସହ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ବ୍ୟବସାୟୀମାନଙ୍କର ନୂତନ ଆୟରସ୍ରୋତ ଖୋଲିଯିବା ଫଳରେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ । ପରିବାରର କେତେକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-କୁମ୍ଭରାଶିଜାତଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ସନ୍ତାନ ସନ୍ତତିଙ୍କର ବିଦ୍ୟା ଓ ସ୍ୱାସ୍ଥ୍ୟରେ ଉନ୍ନତି ଫଳରେ ଆନନ୍ଦିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବା ଫଳରେ ଆଶାତୀତ ଲାଭ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଆର୍ଥିକ ଦିଗରୁ ସାମାନ୍ୟ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପାରିବାରିକ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରସଂଶିତ ହେବେ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ ଓ ମାନସିକ ଚିନ୍ତାରୁ ମୁକ୍ତି ମିଳିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରନ୍ତି । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବ୍ୟବସାୟରେ ନୂଆ ଯୋଜନାଦ୍ୱାରା ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00