Loading...

299 Big Street, Govindpur, India

Open daily 10:00 AM to 10:00 PM

2022 ମସିହା February ମାସ କେମିତି କଟିବ କର୍କଟ, ସିଂହ ଓ କନ୍ୟା ରାଶିର, ମିଳିବ ବଡ ଖୁସି ଖବର

କର୍କଟ:- ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । କର୍କଟରାଶିର ମହିଳା ଓ ପୁରୁଷ ମାନେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଗୃହରେ ଥିବା କଳହ, ପତି-ପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ ।

ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରତିକାର:- ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ମହିଳା ଓ ପୁରୁଷ ମାନେ ନୂତନ ଗୃହ, ନୂତନ ଯାନ, ନୂତନ ଜାଗା ଜମିପ୍ରାପ୍ତି ହେବ ଓ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ସନ୍ତାନ ଓ ଜୀବନସାଥୀଙ୍କ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ ।

ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରି ପାରନ୍ତି । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । କନ୍ୟାରାଶିର ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ସହଜରେ ଉତ୍ତିର୍ଣ୍ଣ ହେବେ । କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସୁନାମ ଅର୍ଜନ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ ।

ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ କର୍ମଚାରୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଅନୁଭବ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ବନ୍ଧୁମିତ୍ରଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରତିକାର- ପ୍ରତ୍ୟେକ ଦିନ ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00