Loading...

299 Big Street, Govindpur, India

Open daily 10:00 AM to 10:00 PM

2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ ବିଛା (Scorpio) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

୨୦୨୩ ମସିହା ଇଂରାଜୀ ନବବର୍ଷ କେମିତି କଟିବ ବିଛାରାଶିର ଆବାଳବୃଦ୍ଧ ବନିତାମାନଙ୍କ ପାଇଁ, କଣରହିଛି ଗ୍ରହମାନଙ୍କର ଫଳାଫଳ, କେମିତି କରିବେ ଅଶୁଭ ଗ୍ରହ ମାନଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା – ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ? ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ପ୍ରଥମେ ଜାଣିବା ୨୦୨୩ ମସିହାରେ ରାଶିର ବିଛାରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ବୁଧ, ମେଷରାଶିରେ ଚନ୍ଦ୍ର, ରାହୁ, ବୃଷରେ ମଙ୍ଗଳ, ମକରରେ ଶନି, ଶୁକ୍ର, ମୀନରାଶିରେ ଗୁରୁ, ତୁଳାରାଶିରେ କେତୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୩ମସିହା ଏପ୍ରିଲମାସ ୨୧ତାରିଖରେ ମେଷରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୩ ମସିହା ଜାନୁୟାରୀ ୧୭ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

ବିଚ୍ଛାରାଶିର ଜାତକଙ୍କ ପାଇଁ ୨୦୨୩ ମସିହାରେ ଶୁଭ ପରିଣାମ ମିଳିବ । ଯାହା ଫଳରେ କ୍ୟାରିୟର, ଆର୍ଥିକ, ରାଜନୀତି, ପାରିବାରିକ ଓ ଶିକ୍ଷା କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତ ହେବ । ଗତବର୍ଷ ତୁଳନାରେ ଏ ବର୍ଷ ଅଧିକ ଟଙ୍କା ରହିବ ଆପଣ ମୁଖ୍ୟତ ସୁନା ଅଳଙ୍କାର କିଣି ପାରିବେ । ଗୁରୁ ସନ୍ତାନ ଭାବରେ ଥିବାରୁ ସୁତାର୍ଥ ଲାଭ ନବ ପଞ୍ଚକେସୁ ସୂତ୍ରରେ ସନ୍ତାନ ଭଳି ଦ୍ରବ୍ୟ ପ୍ରାପ୍ତି ହେବ । ସନ୍ତାନ ସନ୍ତତିଙ୍କର ଶୁଭ ସମ୍ବାଦ ଶୁଣିବେ । ବର୍ଷ ଆରମ୍ଭରେ ପିଲାମାନଙ୍କର ଭବିଷ୍ୟତ ବିଷୟରେ ଚିନ୍ତା କରି କିଛି ପୁଞ୍ଜି ନିବେଶ କରିପାରନ୍ତି । ଅଚାନକ ଧନ ଲାଭ ହୋଇ ଆର୍ଥିକ ପରିସ୍ଥିତି ଆପଣଙ୍କର ବହୁତ ଭଲ ରହିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମାନସିକ ଶାନ୍ତି ମିଳିବ ।

ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀ ମାନେ ବେସୀ ଉପକୃତ ହେବେ । ବ୍ୟବସାୟୀଙ୍କ ଆୟ ବୃଦ୍ଧି ପାଇବାସହ ବ୍ୟବସାୟ ବିସ୍ତାର ହୋଇପାରିବ ତଥାପି, ସେଥିପାଇଁ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ବିଶେଷତଃ ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ ।

ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଆତ୍ମ ବିଶ୍ଵାସ ବୃଦ୍ଧି ହେବା ସହ ଧୈର୍ଯ୍ୟ, ସାହସ, ବଳ, ପରାକ୍ରମ ବୃଦ୍ଧି ପାଇବ । ଶଶୁର ଘର ପକ୍ଷରୁ ସହଯୋଗ ମିଳି ମଧୁର ସମ୍ପର୍କ ସୃଷ୍ଟି ହବ । ଜୀବନ ସାଥୀଙ୍କର ପୂର୍ଣ୍ଣ ସହଯୋଗ ପାଇ ବୈବାହିକ ଜୀବନରେ ସମ୍ପର୍କ ମଧୁମୟ ହେବ । ପରିବାରର ସଦସ୍ୟଙ୍କ ସହିତ ଓ ଜୀବନସାଥୀଙ୍କ ସହିତ କୌଣସି ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ରହିଛି । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ଭଲ ରହିବ ।

ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନକର୍ମ ନିଯୁକ୍ତିର ସୁଯୋଗ ଅଛି ଓ ନିଜେ ମଧ୍ୟ ନୂତନକର୍ମ ନିଯୁକ୍ତି ପାଇ ପାରିବେ । ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବି ମିଳିବା ସହ ନୂତନ ସମ୍ପର୍କ ସୃଷ୍ଟିହୋଇ ଜନସମାଜରେ ମାନ ସମ୍ମାନ ବୃଦ୍ଧି ହବ । ଯେଉଁକ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ରାହୁଷଷ୍ଠ ଭାବରେ ରହୁଥିବାରୁ ରୋଗ, ଋଣ, ଶତୃ ନାଶକରିବେ । ଶାରୀରିକ ପୀଡା ଦୂରେଇଯାଇ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କ୍ୟାରିୟର କ୍ଷେତ୍ରରେ କର୍ମଭାବରେ ଭଲ ସ୍ଥିତିରେ ରହିବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । କିନ୍ତୁ ଗ୍ରହରାଜ ଶନିଶ୍ଚରଙ୍କ ସୁଖଭାବର ସ୍ଥିତି କିଛି ମାତ୍ରାରେ ଶାରୀରିକ ସମସ୍ୟା ଦେଖାଦେଇ ପାରେ ।

ଯେ କୌଣସି ଶାରୀରିକ ସମସ୍ୟାକୁ ଅବହେଳା ନ କରିବା ଉଚିତ୍ । ରାତିରେ ନିଦ୍ରାର ଅବାଭ ହବ । ବାହାର ଖାଦ୍ୟପଦାର୍ଥ ଠାରୁ ଦୂରେଇ ରହିବା ଉଚିତ୍ । ନିଜର ବ୍ୟବହାରକୁ ସଂଯମତା ରଖନ୍ତୁ ନତୁବା ଗ୍ରାହକଙ୍କ ସହ ତର୍କ ବିତର୍କ ହବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ଘଟିବ । ଧ୍ୟାନ ଦେବାକୁ ହେବ ଯେ ଅତି ଶୀଘ୍ର କିଛି ନ ବୁଝି ନ ସୁଝି କୌଣସି ନିର୍ଣ୍ଣୟ ନିଅନ୍ତୁ ନାହିଁ । ପ୍ରତିକାର:- ୧-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ଓ ପ୍ରଦକ୍ଷିଣ କରନ୍ତୁ । ୨- ପ୍ରତ୍ୟେକ ଗୁରୁବାର ଓ ଶନିବାର ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ । ୩- ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00