Loading...

299 Big Street, Govindpur, India

Open daily 10:00 AM to 10:00 PM

ଅଗଷ୍ଟ 15 ତାରିଖରୁ ଅଗଷ୍ଟ 21 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିକୁ ମିଳିବ ଆକସ୍ମିକ ଧନ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ପାଇ ଖୁସି ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ କଠିନ ପରିଶ୍ରମ ହେତୁ ଆଶାନୁରୂପ ଫଳ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସରକାରୀ କର୍ମଚାରୀ ମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆୟ ଉପାର୍ଜନରେ ବାଧା ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାର ବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ । ବ୍ୟବସାୟରେ ସଫଳତା ଅର୍ଜନକରି ଉତ୍ତମ ରୋଜଗାର କରିପାରିବେ । ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଦୂରଯାତ୍ରାର ସୁଯୋଗ ପାଇବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ଆନନ୍ଦିତ ହେବେ । କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହୋଇ ପାରନ୍ତି । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ କରି ପାରିବେ । ବାସସ୍ଥାନ ବା ଯାନବାହାନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେଇ ପାରେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଟଙ୍କାର ଆବଶ୍ୟକତା ପୂରଣ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ରାଜନୀତିରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ ପ୍ରତି କ୍ଷେତ୍ରରେ ସଫଳ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପାରିବାରିକ କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଉଚ୍ଚ ପଦାଧିକାରୀଙ୍କ ପ୍ରତି ମନରେ ସନ୍ତୋଷ ଭାବ ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ନିଜର କାର୍ଯ୍ୟକୁ ଅତି ଦ୍ରୁତ ଗତିରେ ସମାପ୍ତ କରିବେ । ଉତ୍ତମ ରୋଜଗାର କରି ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଠିନ ପରିଶ୍ରମ କରିବା ଯୋଗୁ ମନ ଓ ଶରୀର ଭଲ ରହିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ନୂତନ କର୍ମ ନିଯୁକ୍ତିରେ ସଫଳ ହୋଇ ପାରନ୍ତି । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଫଳରେ ପ୍ରତି କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ କଟିବ । ରାଜନୀତି କ୍ଷେତ୍ରରେ ଅବହେଳା ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିପାରେ । ପ୍ରତିକାର:- ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଦୁଶ୍ଚିନ୍ତା ଦୁରହୋଇ ମାନସିକ ଶାନ୍ତି ଦେଖାଦେବ । କେତେକ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଯୁବକ-ଯୁବତୀମାନେ ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00