Loading...

299 Big Street, Govindpur, India

Open daily 10:00 AM to 10:00 PM

ନଭେମ୍ବର 22 ରୁ ନଭେମ୍ବର 28 ତାରିଖ ସାପ୍ତାହିକ ରାଶିଫଳ, ଏହି 2 ଟି ରାଶିର ମହାସଂଯୋଗ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟରେ ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହୋପକରଣ କ୍ରୟ କରିବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତମ ରୋଜଗାରର ବାଟ ପାଇଯିବେ। ଶାରିରୀକ ସୁସ୍ଥତା ଦେଖା ଦେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇଥିବା ସମସ୍ୟା ସମାଧାନ ହେବା ଫଳରେ ପରିବାରରେ ଶାନ୍ତି ଦେଖା ଦେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଦୂର ଯାତ୍ରାରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିପାଇବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ଆୟ ଉପାର୍ଜନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପରିବର୍ତ୍ତନଶୀଳ ଭାଗ୍ୟ ନେଇ ଜୀବନ ଶୈଳୀ ଗଢିବେ। ସରକାରୀ କାମରେ ସଫଳତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଛାତ୍ର ଛାତ୍ରୀ ମାନେ ବହୁ ଦିଗରୁ ଉପକୃତ ହେବେ। ବାହ୍ୟ ପ୍ରତିପତ୍ତି ଉଣା ହେବ ନାହି। ବ୍ୟବସାୟ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସାମାଜିକ ପ୍ରତିଷ୍ଠା, ମାନସିକଶାନ୍ତି ଆତ୍ମବିଶ୍ୱାସ ବୃଦ୍ଧିପାଇବ। ନିଜ ପ୍ରଭାବ ଫଳରେ ପ୍ରତିକୂଳ ସ୍ରୋତକୁ ଆତିକ୍ରମ କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସରକାରୀ କାର୍ଯ୍ୟରେ ସହଯୋଗ ପାଇ ସ୍ଥଗିତଥିବା କର୍ମଟି ପୂରଣ ହେବ। ଅଦମ୍ୟଉଦ୍ୟମ ଓ ଦୃଢମନ ବଳରେ ପରୋପକାର କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଯୁବକଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ହସ ଖୁସିରେ ସମୟ ବିତେଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ। ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଘରୋଇ ସଂସ୍ଥାର କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗଠନମୂଳକ କାର୍ଯ୍ୟ ହାତକୁ ନେବେ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ।ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ବିଷାଦ ଦୂରହେବ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ବ୍ୟବସାୟୀ ମାନଙ୍କର ବକେୟା ଅର୍ଥ କିଛି ମିଳିବ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। ଦାମ୍ପତ୍ୟ କଳହର ଅବସାନ ହୋଇ ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00