Loading...

299 Big Street, Govindpur, India

Open daily 10:00 AM to 10:00 PM

କନ୍ୟା ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12ଟି ରାଶିର ଶୁଭାଶୁଭ, ଏହି 4ଟି ରାଶିର ବନୁଛି ମହାସଂଯୋଗ

ତା ୧୭ / ୯ / ୨୦୨୧ ମସିହା ଶୁକ୍ରବାର ଦିନ କନ୍ୟାରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

ମେଷ:-ମେଷରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଷଷ୍ଠଭାବ ବା ଶତୃଭାବରେ ଗୋଚର କରିବା ଫଳରେ ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ସନ୍ତାନ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ । ଚାକିରୀ ପାଇଁ ଚେଷ୍ଟା କରୁଥିଲେ ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ ବା ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ । ନିଶ୍ଚୟ ଚାକିରୀ ମିଳିବ । ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ ଓ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।

ବୃଷ:-ବୃଷରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ପଞ୍ଚମଭାବ ବା ସନ୍ତାନ ଭାବରେ ଗୋଚର କରିବା ଫଳରେ ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ । ଅଧୁରା କାର୍ଯ୍ୟ ପୂରଣ ହେବ । ଋଣରୁ ମୁକ୍ତି ପାଇବା ଫଳରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖନ୍ତୁ ।

ମିଥୁନ:-ମିଥୁନରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଚତୁର୍ଥଭାବ ବା ସୁଖଭାବରେ ଗୋଚର କରିବା ଯୋଗେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧିହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍କଟରାଶି ଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ତୃତୀୟଭାବ ବା ପରାକ୍ରମଭାବରେ ଗୋଚର କରୁ ଥିବାରୁ ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ଆଧ୍ୟାତ୍ମିକ ଓ ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ସିଂହରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଧନଭାବରେ ଅବସ୍ଥାନ କରିବା ଫଳରେ ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ଓ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । କର୍ମକ୍ଷେତ୍ରରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ନାନା ବାଟରେ ଧନାଗମ ଘଟିବ । ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-କନ୍ୟାରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଜନ୍ମ ଭାବରେ ବା ସ୍ଵରାଶିରେ ଗୋଚର ହେତୁ ବନ୍ଧୁ ମିତ୍ରଙ୍କ ଠାରୁ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ । ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ପ୍ରବଳ ପରିଶ୍ରମ କରିବେ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା କେତେକ ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ଭଲ ଭାବରେ ପଢି ବୁଝି ବିଚାରି ଦସ୍ତଖତ କରିବେ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖନ୍ତୁ ।

ତୁଳା:-ତୁଳାରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଦ୍ଵାଦଶଭାବ ବା ବ୍ୟୟଭାବରେ ଗୋଚର କରୁ ଥିବାରୁ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ କର୍ମକ୍ଷେତ୍ରରେ ସଫଳତା ମିଳିବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବିଛାରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଏକାଦଶଭାବ ବା ଲାଭଭାବରେ ଗୋଚର କରୁଥିବାରୁ ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଶାରିରୀକ ସୁସ୍ଥତା ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରି ଉଚ୍ଚପ୍ରଶଂସିତ ହେବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଧନୁରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଦଶମଭାବ ବା କର୍ମଭାବରେ ଗୋଚର କରୁଛନ୍ତି ଯାହା ଫଳରେ କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୀତିରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହୋଇ ଉଚ୍ଚପ୍ରଶଂସିତ ହେବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ମକରରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଭାଗ୍ୟଭାବରେ ଗୋଚର କରୁଥିବାରୁ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇ ପାରନ୍ତି । ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ, ନୂତନ ଜାଗା, ଜମି, ଗୃହ ଓ ଯାନବାହାନ କିଣି ପାରିବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ, ବ୍ୟବସାୟରେ ସମ୍ପର୍କୀୟ ବ୍ୟକ୍ତି ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-କୁମ୍ଭରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ଅଷ୍ଟମଭାବ ବା ଆୟୁଭାବରେ ଗୋଚର କରିବା ଫଳରେ କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଆୟ ଉପାର୍ଜନରେ ବାଧାନାହିଁ । ଶିକ୍ଷାକ୍ଷେତ୍ରରେ ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ସଫଳତା ମିଳିବ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ନିରାଶା ଦୂର ହୋଇ ଆତ୍ମବିଶ୍ୱାସ ବଢ଼ିବ ଓ ସ୍ଥିତି ସାମାନ୍ୟ ବଦଳିଯାଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ପ୍ରେମିକ ପ୍ରେମିକା ମାନଙ୍କର ବସ୍ତ୍ରଆଭୂଷଣ ଆଦି ଲାଭହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ମୀନରାଶିଜାତ ମହିଳା ଓ ପୁରୁଷମାନଙ୍କର ରବିମହାଗ୍ରହ ସପ୍ତମଭାବରେ ବା ଜାୟାଭାବରେ ଗୋଚର କରିବା ହେତୁ ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରଭାବ ଆଚରଣ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପୁରାତନ ରୋଗରୁ ଉପସମ ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00