Loading...

299 Big Street, Govindpur, India

Open daily 10:00 AM to 10:00 PM

ଅଗଷ୍ଟ 23 ତାରିଖ ରୁ ଅଗଷ୍ଟ 29 ତାରିଖ ସାପ୍ତାହିକ ରାଶିଫଳ, ଏହି 3 ରାଶି ଏ ସପ୍ତାହରେ ପାଇବେ ଆକସ୍ମିକ ଧନ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଆଲୋଚନା କରିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ବିଶେଷ ଅନୁକୂଳ ଥିବାରୁ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ । ବ୍ୟବସାୟ କ୍ଷେତ୍ରରେ ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ନୂତନ ବ୍ୟବସାୟ ଆରମ୍ଭ କରି ଆଶାତୀତ ଲାଭ ପାଇବେ । ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତି ହେବ । ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହୋଇ ଯଶ ମାନ ପ୍ରତିଷ୍ଠା ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ର ଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ସଫଳତା ଅର୍ଜନ କରି କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରି ପାରନ୍ତି । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବା ଫଳରେ ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଖଣିଜପଦାର୍ଥ ବ୍ୟବସାୟ, ଜାଗା ଜମି ଗୃହ ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ ଓ ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ । ଶିକ୍ଷା କ୍ଷେତ୍ରରେ ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହୋଇ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାପାଇଁ ପ୍ରସ୍ତୁତ ହୋଇ ପାରନ୍ତି । ବାଣିଜ୍ୟ, ବ୍ୟବସାୟ, ନବିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉତ୍ସାହିତ ହେବେ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସୁଖସୌଭାଗ୍ୟ ବୃଦ୍ଧି ହୋଇ ଦିନ ଗୁଡିକ ସୁଖ ଶାନ୍ତିରେ କଟିବ । ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କୁ ସନ୍ତୁଷ୍ଟ କରି ଉନ୍ନତି ସହ ଲାଭବାନ୍ ହେବେ । ଦୂର ସ୍ଥାନକୁ ଯାତ୍ରା କରି ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରଯାତ୍ରାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ସମସ୍ତ ପ୍ରକାର ବ୍ୟବସାୟରେ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ ସମୟ ହୋଇ ଥିବାରୁ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ମାନ ସମ୍ମାନ ବୃଦ୍ଧିହେବ । ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ । କର୍ମୋନ୍ନତି ପାଇଁ ସୁଯୋଗ ପାଇବା ସହ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ସାମାଜିକ କଲ୍ୟାଣ କାର୍ଯ୍ୟ କରି ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ମାନ ସମ୍ମାନ ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆକସ୍ମିକ ଧନଲାଭ କରିବାର ସୁଯୋଗ ପାଇବେ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ । ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ । ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । ସନ୍ତାନଠାରୁ ସୁଖପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ସମସ୍ତ ସମସ୍ୟା ଅପସରି ଯିବ । ମାଲିମକଦ୍ଦମାରେ ବିଜୟଲାଭ ହେବ । ଶତୃମାନେ ତଳମୁହାଁ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି । ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସୁବର୍ଣ୍ଣ ସୁଯୋଗ ପାଇ ଖୁସି ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରି ପାରନ୍ତି । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିରାଟ ଯୋଜନାର ସଂକଳ୍ପ ନେବେ । ଶାରିରୀକ ସୁସ୍ଥତା ଦେଖା ଦେବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ଅକସ୍ମାତ ଧନଲାଭ ହୋଇ ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ । ନୂତନ ଆୟର ପନ୍ଥା ଖୋଲିଯିବ । ପରାକ୍ରମ ପ୍ରତିଷ୍ଠା ମାନସମ୍ମାନବୃଦ୍ଧି ହେବ । ମାଲିମୋକଦ୍ଦମାରେ ସଫଳ ହେବେ । ବିଶେଷ କରି ବିଦ୍ୟାର୍ଥୀ ମାନେ ଉଚ୍ଚପ୍ରଶଂସିତ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବ୍ୟବସାୟ କ୍ଷେତ୍ରରେ କରଜରମାତ୍ରା ହ୍ରାସ ପାଇବ । ରାଜନିତୀ କ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତି ପତ୍ର ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ । ବ୍ୟବସାୟରେ ଉନ୍ନତି ସହ ଆଶାନୁରୂପ ଲାଭ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇ ଆନନ୍ଦିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00