Loading...

299 Big Street, Govindpur, India

Open daily 10:00 AM to 10:00 PM

Monthly Horoscope- କେମିତି କଟିବ 2021 ମସିହା August ମାସଟି ସିଂହ ଓ କନ୍ୟା ରାଶିର

ସିଂହରାଶି- ଅଗଷ୍ଟ ମାସରେ ସିଂହରାଶି ଜାତ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବ୍ୟବସାୟୀ ମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ ଓ ନୂତନ ଆୟର ପନ୍ଥା ନିର୍ଦ୍ଧାରଣ କରି ପାରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ ।

ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ମେଣ୍ଟିଯିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ଶୁଭ ସମାଚାର ପାଇବା ସହ ନିଜଲୋକଙ୍କ ସାହାଯ୍ୟ ସହଯୋଗରେ ଆଗକୁ ଆଗେଇ ପାରିବେ । ଗୃହୋପକରଣ କ୍ରୟ କରି ପାରନ୍ତି । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଭାଗନେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟାରାଶି- ଅଗଷ୍ଟ ମାସରେ କନ୍ୟାରାଶି ଜାତ ମହିଳା ଓ ପୁରୁଷ ମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଛାତ୍ର ଛାତ୍ରୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲ କରିବା ଫଳରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯିବ । ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଯଦି ଆପଣଙ୍କୁ ଆମର ଏଇ ଆର୍ଟିକିଲ୍ ଟି ପସନ୍ଦ ଆସିଥାଏ ତେବେ ଲାଇକ ଓ ଶେୟାର କରିବାକୁ ଭୁଲିବେ ନାହିଁ । ଆଗକୁ ଏହିଭଳି ଅନେକ ଜ୍ଯୋତିଷ ସମ୍ବନ୍ଧୀୟ ଟିପ୍ସ ପାଇଁ ଆମ ପେଜକୁ ଲାଇକ କରନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00