Loading...

299 Big Street, Govindpur, India

Open daily 10:00 AM to 10:00 PM

Monthly Horoscope- କେମିତି କଟିବ 2021 ମସିହା August ମାସଟି ମେଷ ଓ ବୃଷ ରାଶିର

ମେଷରାଶି- ଅଗଷ୍ଟ ମାସରେ ମେଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରି ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ଓ ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ ।

ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କେତେକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷରାଶି- ଅଗଷ୍ଟ ମାସରେ ବୃଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କ ପାଇଁ ଯୋଗପ୍ରଦ ସମୟ ଯୋଗେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ, ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ।

ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । କୃଷି କ୍ଷେତ୍ରରେ ସଫଳତା ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ ଓ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00