Loading...

299 Big Street, Govindpur, India

Open daily 10:00 AM to 10:00 PM

ସାପ୍ତାହିକ ରାଶିଫଳ: ଜୁନ ୭ ତାରିଖ ରୁ ଜୁନ ୧୩ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। କଳା, ସଙ୍ଗୀତ, ପରୀକ୍ଷା, ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ। ବ୍ୟବସାୟରେ ପ୍ରିୟବନ୍ଧୁଙ୍କ ଆର୍ଥିକ ସହାୟତା ପାଇ ଆୟର ସ୍ରୋତ ଖୋଲି ଯିବ। ଶିକ୍ଷା କ୍ଷେତ୍ରରେ ମନସ୍କାମନା ପୂର୍ଣ୍ଣ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ମେଣ୍ଟିଯିବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଭାଇ ଭଉଣୀ, ପଡୋଶୀ ଓ କୁଟୁମ୍ବମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ସୁଖଶାନ୍ତି ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେଇ ଆନନ୍ଦିତ ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବା ଦ୍ଵାରା ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଯିବା ଫଳରେ ଆଶା ମୁତାବକ ଲାଭ ପାଇବେ। ଛାତ୍ର-ଛାତ୍ରୀମାନେ ଅବହେଳିତ ଲୋକଙ୍କସହ ମିଳାମିଶା କରିବା ଫଳରେ ନୂତନ ଦିଗ୍ଦର୍ଶନ ପାଇ ଉଚ୍ଚ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନିଜର ଯୋଜନା ମୁତାବକ କାମ କରିଲେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଜାଗା, ଜମି, ଗୃହ, ବାହନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇ କ୍ରୟ ବିକ୍ରୟ କରି ପାରନ୍ତି। ଦୂରଯାତ୍ରାରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ହସଖୁସିରେ ସମୟ ବିତାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଶତୃମାନେ ମିତ୍ରତାଭାବ ଆଚରଣ କରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ଆୟ ଉପାର୍ଜନ ବୃଦ୍ଧି ହେବ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ପୂର୍ବ ଶତ୍ରୁତାର ଅବସାନ ଘଟିବ। ଭାଗୀଦାର ବ୍ୟବସାୟରେ ଆର୍ଥିକ ସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହୋଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନୂତନ କର୍ମପ୍ରାପ୍ତି ହୋଇପାରେ। ରାଜନୀତି କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଅନୁଭବ କରିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖା ଦେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରି ପାରିବେ। ନୂତନ ସଂସ୍ଥାର ଆୟୋଜନ କରିବେ। ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବା ଫଳରେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ବ୍ୟୟ ଅପେକ୍ଷା ଆୟ ଅଧିକହେବ, ଋଣମୁକ୍ତ ଓ ଋଣପ୍ରାପ୍ତିର ସୁଯୋଗ ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ ଓ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ରାଜନୀତିରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଭାତୃବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବା ଫଳରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଆଗ୍ରହ ବଢିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00