Loading...

299 Big Street, Govindpur, India

Open daily 10:00 AM to 10:00 PM

ସାପ୍ତାହିକ ରାଶିଫଳ: ଫେବୃୟାରୀ ୮ ତାରିଖ ରୁ ଫେବୃୟାରୀ ୧୪ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ ଓ ଧନନିବେଶ ପାଇଁ ଉପଯୁକ୍ତ ସମୟ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କୃଷିରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବା ଫଳରେ ହସ ଖୁସିରେ ସମୟ କଟାଇବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀମାନଙ୍କ ସହଯୋଗରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ଫଳରେ ନୂତନ ସଂସ୍ଥାର ଆୟୋଜନ କରିବେ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବିଦ୍ୟା କ୍ଷେତ୍ରରେ କଠିନ ପରିଶ୍ରମ କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ ଓ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ପରିବାରରେ ଆଦରପାଇ ସୁଖଭୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ନୂଆ ନିଯୁକ୍ତି ପାଇବାର ଯୋଗ ମଧ୍ୟ ଅଛି। ଛାତ୍ର ଛାତ୍ରୀମାନେ ମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧନ ଲାଭ ହେବାରୁ ମନ ଖୁସି ରହିବ। ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ସୁଯୋଗ ପାଇବେ। ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରି ବାର ଦୃଢ଼ତା ଆସିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ମିଳିବା ସହ ଉପରିସ୍ଥ କର୍ମି ଓ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ଆନନ୍ଦିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟର ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ଉଚ୍ଚପଦଧିକାରୀ ଓ ସହକର୍ମୀ ମାନେ କାମର ପ୍ରଶଂସା କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ। କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ପାରିବାରିକ କ୍ଷେତ୍ରର ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ ଓ ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଆରାଧ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇ ଲାଭର ପରିମାଣ ଅଧିକ ହେବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। କର୍ମକ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବେ।ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ଏବଂ ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସେୟାର ବଜାରରେ ମୁନାଫା ମିଳିବା ସହ ଆୟବୃଦ୍ଧି, ଋଣମୁକ୍ତି ହୋଇ ପାରନ୍ତି। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଶତୃ ପରାଜିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତିରେ ସୁଧାର ଆସିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର-ଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ଫଳରେ ନୂତନ ସଂସ୍ଥାର ଆୟୋଜନ କରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଅନେକ ସମସ୍ୟା ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଯୋଗେ ମାନସିକ ଶାନ୍ତି ଅନୁଭବ କରିବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ଉତ୍ତମ ରୋଜଗାର ପାଇ ଋଣଭାର ଲାଘବ କରି ପାରିବେ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00