Loading...

299 Big Street, Govindpur, India

Open daily 10:00 AM to 10:00 PM

ବୃହସ୍ପତି ଧନିଷ୍ଠା ନକ୍ଷତ୍ର ମକର ରାଶିକୁ ବକ୍ର ଗୋଚର ଫଳରେ କଣ ପଡିବ ମେଷ, ବୃଷ, ମିଥୁନ ଓ କର୍କଟ ରାଶି ଉପରେ ପ୍ରଭାବ ଜାଣନ୍ତୁ

୨୦୨୧ ମସିହା ସେପ୍ଟେମ୍ବରମାସ ୧୪ ତାରିଖ ମଙ୍ଗଳବାର ଦିନ ଘ୨ଟା ୨୧ମିନିଟ୍ ରେ ବୃହସ୍ପତି ଧନିଷ୍ଠାନକ୍ଷତ୍ର ମକରରାଶିକୁ ବକ୍ର ଗୋଚର ହୋଇ ଗମନ କରିବେ । ମକରରାଶିରେ ନଭେମ୍ବରମାସ ୨୦ତାରିଖ ପର୍ଯ୍ୟନ୍ତ ରହିବା ଫଳରେ କଣ ରହିବ ବାରୋଟି ରାଶି ପ୍ରତି ଗୁରୁଙ୍କ ପ୍ରଭାବ କଣକରିବେ ପ୍ରତିକାର ଆସନ୍ତୁ ଜାଣିବା । ଲଗ୍ନରେ ବିଶେଷ ଗୁରୁତ୍ୱ ନଦେଇ ଚନ୍ଦ୍ର ଲଗ୍ନରେ ବିଚାର କରିବା ବିଶେଷ ଫଳଦାୟୀ । ସେଥିପାଇଁ ଜନ୍ମ ଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ସହ, ଚନ୍ଦ୍ରଲଗ୍ନ କୁଣ୍ଡଳୀ ପ୍ରସ୍ତୁତ କରିବା ଉଚିତ୍ । ଜନ୍ମ ସମୟରେ ଯୋଉ ରାଶିରେ ଚନ୍ଦ୍ର ଥାଏ ସେହି ରାଶିରୁ ଆରମ୍ଭ କରିବାକୁ ହୁଏ । ତାତ୍ପର୍ଯ୍ୟ ହେଉଛି ଚନ୍ଦ୍ରମା ମନଷୋଜାତଃ ଏହା ବେଦବାକ୍ୟ ।

ଚନ୍ଦ୍ର ମନର କାରକ ହୋଇଥିବାରୁ ଅଶୁଭ ଗ୍ରହର ପ୍ରଭାବ ଚନ୍ଦ୍ର ଉପରେ ପଡିଲେ କିମ୍ବା ଚନ୍ଦ୍ର ଅଶୁଭ ରାଶିସ୍ଥିତ ହେଲେ ସବୁ ପ୍ରକାର ଅନିଷ୍ଟ ଫଳ ଭୋଗ କରିବାକୁ ପଡିଥାଏ । ଅନେକ ସମୟରେ ସମସ୍ତ ପ୍ରକାର ସୁଖରେ କାଳାତିପାତ କରୁଥିଲେ ମଧ୍ୟ ଚନ୍ଦ୍ରର ଅଶୁଭତ୍ୱ ଯୋଗ ମନରେ କାଳ୍ପନିକ ଚିନ୍ତା ଯୋଗେ ଏବଂ ଆଶଙ୍କା ବସତଃ ବହୁତ ଦୁଃଖ ଭୋଗ କରିବାକୁ ପଡିଥାଏ । ଅନେକଥର ଏହି ପ୍ରକାର ଅଜଣା ଆତଙ୍କ ଦୁଃଖ ମଣିଷ ଭୋଗ କରିଥାଏ । ଅନେକ ସମୟରେ ଦେଖାଯାଇଛି ଚତୁଃପାଶ୍ୱର୍ରେ ଦୁଃଖ ଘେରି ରହିଥିଲେ ମଧ୍ୟ ଆନନ୍ଦ ସୁଖ ବେଳେ ବେଳେ ମନକୁ ପ୍ରଫୁଲ୍ଲିତ କରିଥାଏ । ସେହି ଦୃଷ୍ଟିରୁ ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରପଳ ବିବେଚନା କରିବାକୁ ପଡିଥାଏ ।

ଗୁରୁଗ୍ରହ ସବୁଠାରୁ ଶୁଭଗ୍ରହ ଅଟନ୍ତି । ଗୁରୁଗ୍ରହ ସନ୍ତାନ, ଧନ, ଜ୍ଞାନ ତଥା ନ୍ୟାୟର ପ୍ରତୀକ ବୋଲି କୁହାଯାଏ । ଗୁରୁଗ୍ରହ ପ୍ରଭାବିତ ଜାତକ ବହୁତ ଜ୍ଞାନୀ ହୋଇଥାନ୍ତି । ଯଦି ଗ୍ରହ ଅଶୁଭରେ ଅବସ୍ଥିତ ହୋଇଛନ୍ତି ତେବେ ଧନହାନୀ, ଆର୍ଥିକ କ୍ଷତି, ସନ୍ତାନ ସୁଖରେ ବିଳମ୍ବ ବା ଝିଅମାନଙ୍କ ବିବାହ ହୋଇପାରେ ନାହିଁ । ନବଗ୍ରହରେ ବୃହସ୍ପତିଙ୍କୁ ଗୁରୁଙ୍କ ଉପାଧି ପ୍ରାପ୍ତ ହୋଇଛି । ମାନବ ଜୀବନରେ ବୃହସ୍ପତିଙ୍କ ମହତ୍ୱପୂର୍ଣ୍ଣ ପ୍ରଭାବ ପଡେ । ବୃହସ୍ପତି ସର୍ବଦା ଆପଦ ବିପଦରେ ରକ୍ଷା କରି ଥାନ୍ତି । ବୃହସ୍ପତି ଦଶା ଶେଷ ହେଲେ ଜାଣିବାକୁ ହେବ ଯେ ଶରୀରରୁ ଆତ୍ମା ଅଲଗା ହେବା ସହିତ ସମାନ ।

ମେଷ:- ମେଷରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଦଶମ ସ୍ଥାନରେ ବା କର୍ମ ଭାବରେ ପ୍ରବେଶ କରିବା ଫଳରେ ଧନଭାବ, ସୁଖଭାବ, ରୋଗ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଏହା ଦ୍ୱାରା ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଆପଣଙ୍କ ଧୈର୍ଯ୍ୟ ସାହାସରେ ବୃଦ୍ଧି ହେବ, ଯାହା ଫଳରେ କାର୍ଯ୍ୟରେ ସଫଳତା ହାସଲ୍‌ କରି ପାରିବେ । ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉ ନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସମ୍ପର୍କ ସ୍ଥାପନ ହେବ । ମହତ୍ତ୍ୱ ଉଦ୍ୟେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋନ୍ନତି ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ନପାଇବାରୁ ବାରମ୍ବାର ମନ ଉଚ୍ଚାଟ ରହିବ । ପୁରୁଣା ରୋଗ ଓ ଶତୃମାନେ ପୁନରାୟ ପଛରେ ଲାଗିଯିବେ ।

ଯାହାକିଛି ଆୟହେବ ଅଧିକ ଅର୍ଥ ପାରିବାରିକ କ୍ଷେତ୍ରରେ ଆତ୍ମିୟମାନଙ୍କ ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇ ଯାଇପାରେ । ଏଣୁ ଉପରୋକ୍ତ ବୃହସ୍ପତିଙ୍କ ବ୍ରତ ବୀଜ ମନ୍ତ୍ର ଜପ କରିବା ଉଚିତ୍ । ଗଳଗଣ୍ଡ, ଉଦରପୀଡ଼ା, କଫକାଶ, କ୍ଷୟରୋଗ, ଚକ୍ଷୁରୋଗ, ହୃଦ୍ରୋଗ, ଗୋଦର, ଜଳୋଦର, ଆମାଶୟ, ଅତିସାରାଦି ରୋଗ ପାଇଁ ସତର୍କ ରହିବାକୁ ପଡିବ । ମହିଳା ମାନଙ୍କ କ୍ଷେତ୍ରରେ ଋତୁ ଗଣ୍ଡଗୋଳ ଘଟିବ । ବୟସ ବୃଦ୍ଧି ଘଟିବା ସଙ୍ଗେ ସଙ୍ଗେ ଖାଦ୍ୟ ଓ ଯୌନସମ୍ଭୋଗ କ୍ଷେତ୍ରରେ ସଂଯମୀ ହେବା ଆବଶ୍ୟକ । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିୟନ୍ତ୍ରଣ କରିଆଣି ନିଜର ନାମ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ ସୂତାରେ ମହିଳାମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିବେ ଏବଂ ବିଷ୍ଣୁ ମନ୍ଦିରରେ ହଳଦିଆ ଦ୍ରବ୍ୟ, ଲଡୁ, ହଳଦିଆ ବସ୍ତ୍ର ଦାନ ଦେବେ ।

 

ବୃଷ:-ରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଭାଗ୍ୟସ୍ଥାନରେ ପ୍ରବେଶ କରୁଥିବାରୁ ଲଗ୍ନ ପରାକ୍ରମ ସନ୍ତାନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହାଦ୍ୱାରା ଆପଣଙ୍କୁ ସର୍ବାଧିକ ଭାଗ୍ୟଶାଳୀ କରିବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ସହ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ ।

ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ଯେ କୌଣସି ଯାଗାରୁ ଧନ ଉପାର୍ଜନ କରି ପାରିବେ । ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ଏବଂ ସମ୍ପତ୍ତି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ସନ୍ତାନଠାରୁ ସୁଖପ୍ରାପ୍ତି ହେବ । ପୁତ୍ର ରତ୍ନ ପ୍ରାପ୍ତି ହେବ । ଶନିମଧ୍ୟ ଆପଣଙ୍କ ଉଦ୍ୟେଶ୍ୟ ପୂର୍ଣ୍ଣ କରିବା ପାଇଁ ପୂର୍ଣ୍ଣ ସହାୟତା ଦେବେ । ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ପ୍ରତିକାର- ଗୁରୁବାର ଦିନ କଳଦୀଗଛ ମୂଳରେ ଗୁଡପାଣି ଢ଼ାଳନ୍ତୁ । ମାଆ ବାପା, ଗୁରୁ ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ । ନିଜ ପାଖରେ ହଳଦୀ ରଙ୍ଗର ରୁମାଲ ରଖନ୍ତୁ, ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ ।

ମିଥୁନ:-ମିଥୁନରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଅଷ୍ଟମ ସ୍ଥାନରେ ପ୍ରବେଶ କରି ଦ୍ୱାଦଶ ଭାବ, ଧନଭାବ ଓ ସୁଖଭାବକୁ ପ୍ରଭାବିତ କରୁଛନ୍ତି । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ୟେଶ୍ୟକୁ ସଫଳ କରିବାରେ ସକ୍ଷମ ହୋଇପାରିବେ ।

ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ଆରମ୍ଭ କରିଥିବା କାର୍ଯ୍ୟ ଅଧା ରହିପାରେ । ପଡ଼ୋଶୀ ଓ କୁଟୁମ୍ବଙ୍କ ସହ କଳିଝଗଡା ଲାଗି ରହିବ । ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ । ବର୍ତ୍ତମାନ ସମୟରେ କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ । ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡିବ । ସ୍ୱାସ୍ଥ୍ୟପାଇଁ ବାରମ୍ବାର ଚିନ୍ତିତ ରହିବେ । ଖାଦ୍ୟ ଓ ଔଷଧର ପ୍ରତିକ୍ରିୟା ଜନିତ ବିଭିନ୍ନ ରୋଗପ୍ରତି ସତର୍କ ରହିବା ଉଚିତ୍ । ଅଧିକ ମାଛ, ମାଂସ ଆପଣଙ୍କ ପାଇଁ ଅହିତକର । ପ୍ରତିକାର- ବ୍ରହ୍ମଜଷ୍ଠି ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିୟନ୍ତ୍ରଣ କରିଆଣି ନିଜର ନାମ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ ସୂତାରେ ମହିଳାମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରନ୍ତୁ । ଗୁରୁବାର ଦିନ ଗାଈକୁ କଦଳୀ ଏବଂ ଗୁଡ଼ ଖାଇବାକୁ ଦେବେ । ୧୪ତାରିଖ ଦିନ ଗୁଡ଼, କଦଳୀ, ବୁଟଡାଲି, ହଳଦୀ, ଲଡୁ, ହଳଦିଆ ବସ୍ତ୍ର ବିଷ୍ଣୁ ମନ୍ଦିରରେ ଦାନ ଦେବେ ।

କର୍କଟ:-କର୍କଟରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ସପ୍ତମଭାବରେ ପ୍ରବେଶ କରି ଲାଭଭାବ, ପରାକ୍ରମ ଭାବ ଏବଂ ଲଗ୍ନଭାବକୁ ପ୍ରଭାବିତ କରୁଛନ୍ତି । ଏହା ଫଳରେ ଆପଣଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ୱର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ନୂଆ ନୂଆ ବ୍ୟବସାୟିକ ସମ୍ପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମି, ବାହନକ୍ରୟ, ଗୃହ ନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡିବ ।

ବିଦ୍ୟାର୍ଥୀମାନେ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ, ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ । ଅବିବାହିତ ହୋଇଥିଲେ ବିବାହ ସମ୍ପନ୍ନ ହେବ । ମନ ମୁତାବକ ଜୀବନସାଥି ପ୍ରାପ୍ତି ହେବ । ଏହି ସମୟ ଆପଣଙ୍କ ପାଇଁ ଅତ୍ୟନ୍ତ ଶ୍ରେଷ୍ଠ ସମୟ । ଏହାକୁ ସଦୁପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ୍ । ଆପଣ ପ୍ରତିରୋଧ ଶକ୍ତି ବଢ଼ାଇବା ଓ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା ବିଧେୟ । ପ୍ରତିକାର- ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ । ନତୁବା ସର୍ବଦା ନିଜ ପାଖରେ ହଳଦୀ ରଙ୍ଗର ରୁମାଲଟିଏ ରଖନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00