Loading...

299 Big Street, Govindpur, India

Open daily 10:00 AM to 10:00 PM

ବୃଷ ଓ ମିଥୁନ ରାଶିରେ ବୃହସ୍ପତି ଗୋଚର ଫଳ, କଣ ପଡିବ ପ୍ରଭାବ ଓ କଣ କରିବେ ପ୍ରତିକାର

ବୃଷ:-ବୃଷରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଦଶମ ସ୍ଥାନରେ ବା କର୍ମ ଭାବରେ ପ୍ରବେଶ କରିବା ଫଳରେ ଧନଭାବ, ସୁଖଭାବ, ରୋଗ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଏହା ଦ୍ୱାରା ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉ ନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ମହତ୍ତ୍ୱ ଉଦ୍ୟେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋନ୍ନତି ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ ।

ଆପଣଙ୍କ ଧୈର୍ଯ୍ୟ ସାହାସରେ ବୃଦ୍ଧି ହେବ, ଯାହା ଫଳରେ କାର୍ଯ୍ୟରେ ସଫଳତା ହାସଲ୍‌ କରି ପାରିବେ । ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ । ପଡୋଶୀଙ୍କ ସହିତ ମଧୁର ସମ୍ପର୍କ ସ୍ଥାପନ ହେବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବାରୁ ଉଚ୍ଚବିଦ୍ୟା ଅଧ୍ୟୟନ କରିବାର ସୁଯୋଗ ପାଇବେ । ପୁରୁଣାରୋଗର ପ୍ରକୋପ ହ୍ରାସ ପାଇବା ସହ ଶତୃମାନେ ପଛଘୁଞ୍ଚା ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ କିଛି ଗଣ୍ଡଗୋଳ ଘଟିପାରେ ସେଥିପାଇଁ ସତର୍କ ରହିବାକୁ ପଡିବ ।

ଯାହାକିଛି ଆୟହେବ ଅଧିକ ଅର୍ଥ ପାରିବାରିକ କ୍ଷେତ୍ରରେ ଆତ୍ମିୟମାନଙ୍କ ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇ ଯାଇ ପାରେ । ଏଣୁ ପ୍ରତିକାର- ଗୁରୁବାର ଦିନ ବ୍ରହ୍ମଜଷ୍ଠି ମୂଳକୁ ବ୍ରାହ୍ମଣଙ୍କ ଦ୍ୱାରା ନିୟନ୍ତ୍ରଣ କରିଆଣି ନିଜର ନାମ ଗୋତ୍ରାନୁଯାୟୀ ଅଭିମନ୍ତ୍ରଣ କରି ହଳଦିଆ ଉଲ ସୂତାରେ ଗୁଡେଇ ମହିଳାମାନେ ବାମ ବାହୁରେ ପୁରୁଷମାନେ ଦକ୍ଷିଣ ବାହୁରେ ବନ୍ଧନ କରିବେ ଏବଂ ବିଷ୍ଣୁ ମନ୍ଦିରରେ ହଳଦିଆ ଦ୍ରବ୍ୟ, ଲଡୁ, ହଳଦିଆ ବସ୍ତ୍ର ଦାନ ଦେବେ ।

ମିଥୁନ:-ମିଥୁନରାଶିଜାତ ମହିଳା ଓ ପୁରୁଷମାନଙ୍କର ବୃହସ୍ପତି ଭାଗ୍ୟସ୍ଥାନରେ ପ୍ରବେଶ କରୁଥିବାରୁ ଲଗ୍ନ, ପରାକ୍ରମ ଓ ସନ୍ତାନ ଭାବକୁ ପୂର୍ଣ୍ଣ ଦୃଷ୍ଟିରେ ଦେଖୁଛନ୍ତି । ଯାହାଦ୍ୱାରା ଆପଣଙ୍କୁ ସର୍ବାଧିକ ଭାଗ୍ୟଶାଳୀ କରିବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ପରାକ୍ରମ, ଯଶ, ମାନସମ୍ମାନ, ପ୍ରତିଷ୍ଠା ପ୍ରତ୍ତିପତି ତଥା ଲୋକପ୍ରିୟତା ମଧ୍ୟ ହାସିଲ କରି ପାରିବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ।

ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ଯେ କୌଣସି ଯାଗାରୁ ଧନ ଉପାର୍ଜନ କରି ପାରିବେ । ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ଏବଂ ସମ୍ପତ୍ତି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ସନ୍ତାନଠାରୁ ସୁଖପ୍ରାପ୍ତି ହେବ । ପୁତ୍ର ରତ୍ନ ପ୍ରାପ୍ତି ହେବ ।

ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ପ୍ରତିକାର- ଗୁରୁବାର ଦିନ କଳଦୀଗଛ ମୂଳରେ ପାଣି ଢ଼ାଳନ୍ତୁ । ମାଆ ବାପା, ଗୁରୁ ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ । ହଳଦୀ ରଙ୍ଗର ଗଞ୍ଜି, ଜଙ୍ଗିଆ ସାର୍ଟ କିମ୍ବା ପ୍ୟାଣ୍ଟ ଲୁଗା ଇତ୍ୟାଦି ପରିଧାନ କରିବା ଉଚିତ୍ । ନତୁବା ନିଜ ପାଖରେ ହଳଦୀ ରଙ୍ଗର ରୁମାଲ ଟିଏ ରଖନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00