Loading...

299 Big Street, Govindpur, India

Open daily 10:00 AM to 10:00 PM

ଫେବୃୟାରୀ 14 ତାରିଖ ରୁ ଫେବୃୟାରୀ 20 ତାରିଖ ସାପ୍ତାହିକ ରାଶିଫଳ, ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ରାଜନୀତି କ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ ଓ ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଶୁଭ କାମ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସଭା ସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ସମସ୍ତ ବ୍ୟବସାୟୀ ମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦୂରସ୍ଥାନକୁ ଯାତ୍ରା କରିବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଜୀବନସାଥିଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ମଉଜ-ମସ୍ତିରେ ସମୟ କଟିପାରେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଫଳରେ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ସାମାଜିକ ଉତ୍ସବରେ ଯୋଗ ଦେଇ ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡି ପାରେ । ପିଲାମାନେ ପରୀକ୍ଷାରେ ସଫଳତା ପାଇବେ । ଆର୍ଥିକ ଚିନ୍ତା ଦୁରହେବ । ରାଜନୀତି କାର୍ଯ୍ୟରେ ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବା ସହ ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ । ରାଜନୀତି କାର୍ଯ୍ୟରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶତୃମାନେ ପରାଜିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଅର୍ଥ ଲାଭ କରିବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । କର୍ମଚାରୀ ଓ ଶ୍ରମିକମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭବାନ ହେବେ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁଞ୍ଜି ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବିବାହ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିପାରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କର୍ମଚାରୀ ଓ ଶ୍ରମିକମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବ । ରାଜନୀତି କ୍ଷେତ୍ରରେ ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00