Loading...

299 Big Street, Govindpur, India

Open daily 10:00 AM to 10:00 PM

ଫେବୃୟାରୀ 21 ତାରିଖ ରୁ ଫେବୃୟାରୀ 27 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବା ଫଳରେ ସମସ୍ତ କ୍ଷେତ୍ରରେ ଖୁସି ମିଳିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଶୁଭ ସମାଚାର ମିଳିପାରେ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପ୍ରତିକାର- କଉଡି ଗୋଟିଏ ସର୍ବଦା ପାଖରେ ରଖନ୍ତୁ ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଧୁରା କାର୍ଯ୍ୟ ପୂରଣ ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମାଜ ସେବା ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ମୟୂର ଚନ୍ଦ୍ରିକାଟିଏ ସବୁବେଳେ ପାଖରେ ରଖି ଯାତ୍ରା କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବ୍ୟବସାୟରେ କଠିନ ପରିଶ୍ରମ ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଚେଷ୍ଟା କଲେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କଠିନ ପରିଶ୍ରମକରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ । କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତିର ସୂଚନା ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ । ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପରିବାରର ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ସହ ଲାଭର ପରିମାଣ ଅଧିକ ହେବ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ରାଜନୀତି କ୍ଷେତ୍ରରେ କେତେକ ବ୍ୟକ୍ତିଙ୍କ ଆତ୍ମକୈନ୍ଦ୍ରିକ ସ୍ଥିତିରୁ ସେମାନଙ୍କ ସହଯୋଗ ହରାଇଲେବି ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକସ୍ତର ହସ ଖୁସିରେ କଟିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନାନା ସମସ୍ୟାର ସମାଧାନହେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ଦେହମନରେ ପୀଡା ବୃଦ୍ଧିପାଇବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମାଜ ସେବା ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମିତ୍ରଭାବ ଆଚରଣ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଲଭିବେ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବା ସହ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖା ଦେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00