Loading...

299 Big Street, Govindpur, India

Open daily 10:00 AM to 10:00 PM

ଜାନୁୟାରୀ 24 ତାରିଖ ରୁ ଜାନୁୟାରୀ 30 ତାରିଖ ସାପ୍ତାହିକ ରାଶିଫଳ, ଏହି 2 ଟି ରାଶିକୁ ମିଳିବ ବଡ ଖୁସି ଖବର

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ଧର୍ମ-କର୍ମରେ ରୁଚି ରହିବା ସହ କୌଣସି ଆୟୋଜନ ମଧ୍ୟ କରେଇବେ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇ ଯିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଜନସେବାଦ୍ଵାରା ଭ୍ରମଣ କରିବାର ସୁଯୋଗ ଅଛି । ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ । କାର୍ଯ୍ୟ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ଓ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ସାମାଜିକ ଉତ୍ସବରେ ଯୋଗ ଦେବେ । ରାଜନୀତି କାର୍ଯ୍ୟରେ ସଫଳତା ମିଳିବ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ନିଜର ରଚନାତ୍ମକତା କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଆର୍ଥିକ ମାମଲା ସୁଧୁରିଯିବ । କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖା ହୋଇ ପାରନ୍ତି । ଶତୃଙ୍କ ସହିତ ମୁକାବିଲା କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ଓ ଲକ୍ଷ୍ୟ ସିଦ୍ଧିହେବ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ସାମାଜିକ ସ୍ତରରେ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବିଦ୍ୟା କ୍ଷେତ୍ରରେ ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନର ସୁଯୋଗ ଆସିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ତଳ ମହଲରୁ ଆଶାତୀତ ଲାଭ ପାଇବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ଛାତ୍ରଛାତ୍ରୀ ମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାରରେ ସୁଖ-ଶାନ୍ତି ପାଇବା ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସଫଳ ହୋଇ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ । ଶତୃମାନେ ପରାଜିତ ହୋଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଆନନ୍ଦିତ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯାଇ କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ । ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ । ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ପ୍ରତିକାର-ହଳଦୀ ଖଣ୍ଡେ ସର୍ବଦା ପାଖରେ ରଖନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସ୍ୱାସ୍ଥ୍ୟରେ ଊନ୍ନତି ଓ ମାନସିକ ସ୍ଥିରତା ଦେଖା ଦେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ବିଜୟୀ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହି ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପାରିବାରିକ ପରିସ୍ଥିତି ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । କାର୍ଯ୍ୟ କ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ । ଧନର ଆଗମନ ହୋଇପାରେ । ସ୍ଵାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ । ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ । ପ୍ରେମୀକ ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଧରା ପଡିବେ । ଆତ୍ମୀୟମାନେ ଭିତରେ ଚେର କାଟି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00