Loading...

299 Big Street, Govindpur, India

Open daily 10:00 AM to 10:00 PM

ଜୁଲାଇ 17 ତାରିଖରୁ ଜୁଲାଇ 23 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧିହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ ଏବଂ ନୂତନକର୍ମ ମଧ୍ୟ ପ୍ରାପ୍ତି ହୋଇ ପାରେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବାସହ କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର କରିବା ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଶତୃ ମାନଙ୍କୁ ପରାସ୍ତ କରି ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ଲାଭ କରିବେ। ଅଟକିଥିବା ଧନ ମିଳିଯିବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଉଚ୍ଚଆଶା ସଫଳହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀ ଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ କାର୍ଯ୍ୟରେ ସଫଳତା ପାଇବାସହ ଆର୍ଥିକ କ୍ଷେତ୍ରରେ ଉନ୍ନତି କରି ପାରିବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଶତ୍ରୁହାନୀ, ଋଣ ପ୍ରାପ୍ତି, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ଶରୀର ସୁସ୍ଥ ରହିବାସହ କର୍ମତତ୍ପର, ବ୍ୟବସାୟରେ ସଫଳତା ପାଇବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନ ଆନନ୍ଦମୟ ହେବ। ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖୀ ପାରିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଘରୋଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଆୟ ଉପାର୍ଜନ ମଧ୍ୟମ ଧରଣର ହେଲେ ମଧ୍ୟ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇ ପାରେ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗି ରହିବ। ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ। କୃଷିଜାତଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ଆକସ୍ମିକଧନ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ପ୍ରେମିକା ମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଋଣରୁ ମୁକ୍ତି ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶିକ୍ଷାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମନର ଆଶାଆକାଂକ୍ଷା ପୂରଣ ହେବ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00