Loading...

299 Big Street, Govindpur, India

Open daily 10:00 AM to 10:00 PM

ଜୁଲାଇ 24 ତାରିଖରୁ ଅଗଷ୍ଟ 06 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିଙ୍କୁ ହେବ ଧନଲାଭ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ଶତୃମାନେ ଦୂରେଇ ଯିବେ ଓ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ବାସସ୍ଥାନ ବା ଯାନବାହନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ବ୍ୟବସାୟ ବୃଦ୍ଧି ହେବା ଫଳରେ ଅଧିକ ଧାଁ ଦୌଡ ହେଲେ ଲାଭ ମିଳିବ ଓ ମାନସିକ ଚିନ୍ତା ଦୂର ହେବ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ। ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବାସହ ଶତୃମାନେ ଦୁର୍ବଳ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ। ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ଵାରା ସମୟ ଆନନ୍ଦରେ କଟିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି। ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଉନ୍ନତି କରି ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ଶତ୍ରୁବାଧା ଦୂରେଇ ଯାଇ, ଯଶ ମାନସମ୍ମାନ ବଢିବ। ଋଣରୁ ମୁକ୍ତି ମିଳିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବାସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବିରୋଧୀମାନେ ଦୁର୍ବଳ ହୋଇଯିବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ଫଳରେ ସମସ୍ତ ବାଧାବିଘ୍ନ ଦୂରେଇ ଯାଇ ଯଶ ମାନ ସମ୍ମାନ ମିଳିବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବା ଫଳରେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିବେ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ପ୍ରତିକାର:- ପ୍ରତ୍ୟେକଦିନ ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନିଜ ପରିଶ୍ରମରେ ସଫଳତା ପାଇବେ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରି ପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବାସହ ଆୟରସ୍ରୋତ ବୃଦ୍ଧିହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ସାମାଜିକ ଉତ୍ସବରେ ଯୋଗ ଦେବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଅସୁସ୍ଥତା ଦୂର ହେବାସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚ ବିଦ୍ୟା ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବଢିବ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବା ଫଳରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00