Loading...

299 Big Street, Govindpur, India

Open daily 10:00 AM to 10:00 PM

ମକର ରାଶିରୁ କୁମ୍ଭ ରାଶିକୁ ରବି ସଂକ୍ରମଣ, କଣ ରହିବ 12ଟି ରାଶି ଉପରେ ପ୍ରଭାବ

ତା ୧୩ / ୨/ ୨୦୨୨ ମସିହା ରବିବାରଦିନ ମକର ରାଶିରୁ କୁମ୍ଭରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

ମେଷ:- ମେଷ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ବିରୋଧୀମାନେ ଶାନ୍ତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ମୟୂର ଚନ୍ଦ୍ରିକା ଟିଏ ସର୍ବଦା ପାଖରେ ରଖି ଯାତ୍ରା କରନ୍ତୁ ।

ମିଥୁନ:-ମିଥୁନ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ । ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-କର୍କଟ ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆୟରସ୍ରୋତ ବୃଦ୍ଧିହେବ କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଆୟ ଉପାର୍ଜନରେ ବାଧାନାହିଁ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବାରୁ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟା ଓ ବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । କର୍ମଜୀବିମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ । ଉଚ୍ଚାଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ଗୁଜୁରାଣ ମେଣ୍ଟାଇ ପାରିବେ । ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ । ରାଜନୀତିରେ ଲୋକସମ୍ପର୍କକୁ ଆଧାର କରି, କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ମାନସିକ ଅଶାନ୍ତି ଦୂର ହୋଇ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବା ସହ କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ଓ ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:- ତୁଳାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର ଛାତ୍ରୀ ମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ରାଜନୀତି କ୍ଷେତ୍ରରେ ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ବକେୟା ଅର୍ଥ କିଛି ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ବିଛାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ନୂତନ ଯୋଜନାରେ ସଫଳତା ମିଳିବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ରାଜନୀତି କ୍ଷେତ୍ରରେ କୌଣସି ଜଟିଳ ସମସ୍ୟାର ସମାଧାନ କରି ସୁନାମ ଅର୍ଜନ କରିବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:- ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନକର୍ମ ନିଯୁକ୍ତି ପାଇବେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ରାଜନେତା ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଦେହମନ ଭଲ ରହିବ ଓ ଶାନ୍ତି ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରତିକାର-ହଳଦୀ ଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ମକର:-ମକର ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ । ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗି ରହିବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗପାଇବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସଫଳତା ଲାଭ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବା ସହ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉନ୍ନତି ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହୋଇ ହରାଇଥିବା ଧନପ୍ରାପ୍ତି ହେବା ଫଳରେ ମାନସିକ ଅଶାନ୍ତି ଦୂରହେବ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖି ପାରିବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00