Loading...

299 Big Street, Govindpur, India

Open daily 10:00 AM to 10:00 PM

ମଇ 01 ତାରିଖରୁ ମଇ 07 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଧନପ୍ରାପ୍ତି

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ। ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଜାଗାଜମି ଗୃହସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସୂଚନା ମିଳିବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିରୋଧୀମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିମାନେ ଉନ୍ନତି କରି ପାରିବେ। ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ ଓ ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ସଫଳତା ମିଳିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ସ୍ୱାସ୍ଥ୍ୟ ଠିକ୍ ରହିବା ସହ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ଟଙ୍କାର ଆବଶ୍ୟକତା ପୂରଣ ହେବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ ଓ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଭଲ ହେବ। ପତିପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ। କୋର୍ଟ କଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଜମିବାଡି ନେଇ ଥିବା କେତେକ ସମସ୍ୟା ସମାଧାନ ହୋଇ ଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି। ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ ଓ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବାସହ ପ୍ରତିଦ୍ଵନ୍ଦିତା ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି ଓ ଦୂରଯାତ୍ରାରେ ଲାଭ ବାନ୍ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ଓ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସ୍ୱାସ୍ଥ୍ୟ ଭଲ ରହିବା ସହ ନୂତନ ସଂସ୍ଥାର ଆୟୋଜନ କରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି। ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ଶତୃମାନେ ଦୂରେଇ ଯିବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବା ସହ ଋଣରୁ ମୁକ୍ତି ମିଳିବାର ରାସ୍ତା ଦେଖାଦେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟ ସିଦ୍ଧି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଶରୀର ସୁସ୍ଥ ରହିବା ସହ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଭାତୃବିବାଦ, ପଡ଼ୋଶୀ କଳହ, ଜମିଜମା ସମସ୍ୟାର ସମାଧାନ ହୋଇପାରେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବାସହ ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବାସହ ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାହିତ୍ୟଚର୍ଚ୍ଚା, ସଭାସମିତିରେ ଯୋଗଦେଇ ପ୍ରଶଂସା ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶାରୀରିକ ଅସୁସ୍ଥତା ଦୂରହେବା ସହ ଶତ୍ରୁମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସମ୍ପର୍କୀୟଙ୍କ ଠାରୁ ସହଯୋଗ ପାଇ ପରିବାରରେ ସୁଖଶାନ୍ତି ବଜାୟ ରହିବ ଓ ଆର୍ଥିକ ଉନ୍ନତି ହେବା ସହ ଖୁସିର ବାତାବରଣ ସ୍ଥାୟି ରହିବ। କୌଣସି ରାଜନେତାଙ୍କ ସହଯୋଗରେ ଅନେକ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧିହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବା ସହ ଟଙ୍କାର ଆବଶ୍ୟକତା ପୂରଣ ହେବ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାର ପାଳନ କରନ୍ତୁ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00