Loading...

299 Big Street, Govindpur, India

Open daily 10:00 AM to 10:00 PM

Monthly Horoscope- କେମିତି କଟିବ ୨୦୨୧ ମସିହା ଜାନୁୟାରୀ ମାସଟି (ସିଂହ, କନ୍ୟା, ତୁଳା, ବିଛା) ରାଶିର

ସିଂହ:-  ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଦେହମନ ଭଲ ରହିବ ଓ ଶାନ୍ତି ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ ।

ବିଦେଶ ଯାତ୍ରାରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ । ପାରିବାରିକ ଜୀବନରେ ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଶାନ୍ତି ଅନୁଭବ କରିବା ସହ ମାନ ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-  ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସନ୍ତାନ ସନ୍ତତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକଶାନ୍ତି ଫଳରେ ଆନନ୍ଦିତ ହେବେ । ଆୟରସ୍ରୋତ ଖୋଲିଯିବ ଓ ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ପରିବାରର ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ ।

ଶତୃମାନେ ମିତ୍ରଭାବ ଆଚରଣ କରିବେ । ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-  ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତଫଳ ପ୍ରଦାନ କରିବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ । ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ । ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗି ରହିବ । ଉଚ୍ଚକର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ ।

ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖୀ ପାରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ । ଘରୋଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀର ସୁସ୍ଥ ରହିବ । ଋଣ ପ୍ରାପ୍ତି, କର୍ମତତ୍ପର, ବ୍ୟବସାୟରେ ସଫଳତା ପାଇବେ । ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ । ଚିତ୍ତପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ । ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ ।

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ଲାଭ କରିବେ । ଅଟକିଥିବା ଧନ ମିଳିଯିବ । ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ । ଉଚ୍ଚଆଶା ସଫଳହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00