ମେଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। କେତେକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ବୃଷ:-ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:- ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ରାଜନୀତିରେ କୃତକାର୍ଯ୍ୟ ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।
କର୍କଟ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ସହ ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ଉତ୍ତମ ରୋଜଗାର ହେବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:- ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଅତ୍ୟଧିକ ପରିଶ୍ରମ କରି ପ୍ରଶଂସିତ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ କର୍ମଚାରୀ ଓ ଶ୍ରମିକମାନଙ୍କ ପାଇଁ ବେସୀ ଉପକୃତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବିଦ୍ୟାକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବା ସହ ତଳ ମହଲରୁ ଆଶାତୀତ ଲାଭ ପାଇବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ।ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବିଦ୍ୟାର୍ଥୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ତୁଳା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବିରୋଧିମାନେ ଦୂରେଇ ଯିବା ସହ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରିୟଜନଙ୍କ ସହ ମିଳନ ହୋଇ ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇବେ। ବିଦ୍ୟାରେ ଉନ୍ନତି ଫଳରେ ଦୂରଯାତ୍ରାରେ ସଫଳତା ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଉତ୍ତରଦାୟିତ୍ୱ ବଢ଼ିବ। ନୂଆ ଯୋଜନାରେ ସଫଳ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ। ସବୁ ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଶିକ୍ଷାକ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବା ସହ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଦୂର ଯାତ୍ରାଫଳରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚକର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ମକର:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:- ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସକ୍ରିୟ ହେଲେ ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ।
ମୀନ:-ସାମାଜିକ କାର୍ଯ୍ୟରେ ଭାଗନେଇ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଭବିଷ୍ୟତ ଚିନ୍ତାକରି ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦୂରଯାତ୍ରାରେ ଉଚ୍ଚଆଶା ପୂରଣ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ବାଦବିବାଦ ମାଲି ମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। କର୍ମରେ ଉନ୍ନତି ସହିତ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।