Loading...

299 Big Street, Govindpur, India

Open daily 10:00 AM to 10:00 PM

ସାପ୍ତାହିକ ରାଶିଫଳ: ମଇ ୩ ତାରିଖ ରୁ ମଇ ୯ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ବ୍ୟବସା ୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଭଲ କାମ କରି କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ। ଋଣ ଭରଣାରେ ସହଜ ହେବ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ବିଦେଶ ଯାତ୍ରାରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃମାନଙ୍କୁ ମୁକାବିଲା କରିପାରିବେ। ଶାରିରୀକ ଅସୁସ୍ଥତା ଦୂରହେବ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବା ସହ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇବା ଫଳରେ ପୂର୍ବ ସମସ୍ୟାର ସମାଧାନ ହୋଇ ଆଶା ମୁତାବକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଶତୃମାନେ ମଥାନତ କରିବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ରାଜନେତା ମାନେ ସ୍ଥଳ ବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂରେଇଯିବ। କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ପାଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ସୁଖ ସମ୍ପଦ ପ୍ରାପ୍ତି, ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟରେ ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ ଓ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉଚ୍ଚ ଶିକ୍ଷା ଲାଭ କରିବାର ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଉପରିସ୍ଥ କର୍ମୀଙ୍କ ଠାରୁ ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ଯୁବକ ଯୁବତୀମାନେ ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ମାଲିମୋକଦ୍ଦମା, ପ୍ରତୀଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର:- ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ରାଜନେତାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶତୃ ମାନେ ମିତ୍ରତାର ହାତ ବଢେଇବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ଋଣ ଭରଣାରେ ସହଜ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଶିକ୍ଷା କ୍ଷେତ୍ରରେ ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00