Loading...

299 Big Street, Govindpur, India

Open daily 10:00 AM to 10:00 PM

ସେପ୍ଟେମ୍ବର 20 ତାରିଖ ରୁ ସେପ୍ଟେମ୍ବର 26 ତାରିଖ ସାପ୍ତାହିକ ରାଶିଫଳ, ଏହି 5 ରାଶି ଏ ସପ୍ତାହରେ ପାଇବେ ଆର୍ଥିକ ସମସ୍ୟାରୁ ମୁକ୍ତି

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ଉନ୍ନତି ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ନୂତନ ବ୍ୟବସାୟ ଇତ୍ୟାଦି ଆରମ୍ଭ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ କିଛି ମିଳିବା ଫଳରେ ବ୍ୟବସାୟ ବିସ୍ତାର କରି ପାରିବେ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପରିବାରରେ କ୍ରୋଧ ନିୟନ୍ତ୍ରଣ କରିବାରେ ସକ୍ଷମ ହେବା ସହ ପରିବାରକୁ ସଜାଡ଼ି ନେବେ ଓ ପୈତୃକ ସମ୍ପତ୍ତି ମଧ୍ୟ ପାଇବେ । ପ୍ରେମିକ ପ୍ରେମିକା ମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବାର ସୁଯୋଗପାଇବେ । ଦାମ୍ପତ୍ୟ ସୁଖରେ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପଦୋନ୍ନତି ଓ ସ୍ଥାନାନ୍ତର ଭଳି ଯୋଗ ମଧ୍ୟ ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ ଓ ମନୋବାଞ୍ଛିତ କାର୍ଯ୍ୟ ପୂର୍ଣ୍ଣ ହେବ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ରାସ୍ତା ଖୋଲିଯିବା ସହ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ । ଆକସ୍ମିକ ଧନ ଲାଭ ହେବା ଫଳରେ ଆଶା ଆକାଂକ୍ଷା ପୂର୍ଣ୍ଣ ହେବ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହେବ । ପାରିବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସେୟାର ବଜାରରେ ମୁନାଫା ମିଳିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଇଚ୍ଛାପୂରଣ ହୋଇ ଲାଭ ହେବା ଯୋଗୁ ଖୁସି ହେବେ । ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସେୟାର ବଜାରରେ ମୁନାଫା ମିଳିବ । ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ସହଜ ସରଳରେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ଓ ଦୂର ସ୍ଥାନକୁ ଯାତ୍ରା କରିବେ । ଛାତ୍ର ଛାତ୍ରୀମାନେ ନିଜ ସମସ୍ୟା ସଜାଡିବାର ସୁବିଧା ପାଇବେ । ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ ଭୋଗ ହେଉଥିବାରୁ ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ । କାରବାରରେ ସୁଧାର ଆସିବା ଫଳରେ ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଦୂରଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଉନ୍ନତିମୂଳକ ପଦକ୍ଷେପ ନେଇ ପ୍ରଶଂସା ପାଇବେ । ଆକସ୍ମିକ ଧନଲାଭ କରିବାର ସୁଯୋଗ ପାଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ବିଦ୍ୟା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଉପରିସ୍ଥଙ୍କ କୃପାଭାଜନ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ପାଇବେ । ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ବାଦବିବାଦ, ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରେମିକ ପ୍ରେମିକା ମାନେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି କରିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ସର୍ବାଧିକ ଭାଗ୍ୟଶାଳୀ ହେବେ । ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ପରାକ୍ରମ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସଂପତ୍ତି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ସନ୍ତାନ ଠାରୁ ସୁଖପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଦିଗରୁ ଅତ୍ୟନ୍ତ ଉତ୍ତମ ରହିବ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ମାନେ ଲକ୍ଷ ସ୍ଥଳରେ ପହଞ୍ଚି ପାରିବେ । ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେଧିରେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ ପାଇଁ ଚେଷ୍ଟା କରୁଥିଲେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଓ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବା ଫଳରେ କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନେ ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ପଡିବେ ଓ ଧୋକା ମଧ୍ୟ ଖାଇବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭପାଇବେ । ବ୍ୟବସାୟରେ ଭଲ ଲାଭ ପାଇବା ସହ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଶତୃ ମାନଙ୍କୁ ପରାଜିତ କରି ଉତ୍ତମ ରୋଜଗାର କରି ପାରିବେ । ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ସରଳହେବ । ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଦୂରେଇ ଯାଇ ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ଶିକ୍ଷାକ୍ଷେତ୍ରରେ ପରିଶ୍ରମ ଫଳରେ ଉନ୍ନତି ହେବ ଓ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00