Loading...

299 Big Street, Govindpur, India

Open daily 10:00 AM to 10:00 PM

ସିଂହ ରାଶିରୁ କନ୍ୟା ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ 12ଟି ରାଶି ଉପରେ ଏହାର ପ୍ରଭାବ, ଜାଣନ୍ତୁ

ତା ୧୭ / ୦୯ / ୨୦୨୨ ମସିହା ଶନିବାରଦିନ ସିଂହରାଶିରୁ କନ୍ୟାରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ ମଧ୍ୟ ରବି ମହାଗ୍ରହ ଶୁଭ ସ୍ଥିତିରେ ରହିବା ଆବଶ୍ୟକ । ରବି ମହାଗ୍ରହ ଆତ୍ମାର ପ୍ରତିନିଧିତ୍ୱ କରିଥାନ୍ତି । ସ୍ୱୟଂ ଶକ୍ତି, ଜ୍ଞାନବିଜ୍ଞାନ, ମାନସମ୍ମାନ, ପଦପ୍ରତିଷ୍ଠା, ବାପାଙ୍କ ସୁଖ, ସରକାରୀ ଚାକିରୀ, ଉଚ୍ଚପଦ ପଦବୀ, ଯଶ, କୀର୍ତ୍ତି, ପ୍ରଶସ୍ତି, ଆୟୁ, ରାଜା, ରାଜନୀତି, ମସ୍ତିସ୍କ, ହାଡ, ସ୍ୱାସ୍ଥ୍ୟ ଚିକିତ୍ସା, ହୃଦୟ, ଉଋ, ପିତ୍ତ, ଚକ୍ଷୁ, ରକ୍ତ ପ୍ରବାହ, ଗରମ ତଥା କରେଣ୍ଟ ଆଦିର କାରକ ସୂର୍ଯ୍ୟ ବା ରବି ମହାଗ୍ରହ ଅଟନ୍ତି । ରବିଗ୍ରହ ଯଦି ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି । ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଜୀବନରେ ସୁଖ ମିଳେ ନାହିଁ ।

ମେଷ:-ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠ ଭାବରେ ବା ଶତୃଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆକସ୍ମିକ ଧନ ପ୍ରାପ୍ତି ହେବ । ସାମାଜିକ ପତିଆରା ଅମଳିନ ରହିବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ ଓ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ଅନେକ ଶୁଭକର୍ମର ସୁଯୋଗ ପାଇବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତ୍ରୁମାନେ ପରାଜିତ ହେବେ । ବିଦେଶ ଯାତ୍ରାରେ ଆୟବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି । ପ୍ରତିକାର- ସର୍ବଦାମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ବୃଷ:-ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମ ଭାବରେ ବା ସନ୍ତାନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅଫିସରେ ସିନିୟରମାନେ ଆପଣଙ୍କ ପ୍ରତି ସଂବେଦନ ଶୀଳ ହୋଇପାରନ୍ତି । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସନ୍ତାନ ମାନଙ୍କର ଉନ୍ନତି ହେବା ସହ ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ପ୍ରତିକାର- ପ୍ରତ୍ୟେକଦିନ ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ମିଥୁନରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଗୁଡ଼ିକ ବିଷୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାର ଅନୁଭବ କରିବେ । ସମ୍ପୂର୍ଣ୍ଣ ଜ୍ଞାନ ବିନା କୌଣସି ପ୍ରସଙ୍ଗରେ କହିବା ଆପଣଙ୍କ ପାଇଁ ଅପମାନ ଜନକ ହୋଇପାରେ । ସ୍ୱାସ୍ଥ୍ୟ ପ୍ରସଙ୍ଗରେ ବେପରୁଆ ହୁଅନ୍ତୁ ନାହିଁ । ଦାମ୍ପତ୍ୟ ଜୀବନରେ ଆନନ୍ଦ ଅନୁଭବ କରିବେ । ଟଙ୍କା ଜମା କରିବା ପାଇଁ ଏକ ସଂସ୍ଥାରନୀତି ନିୟମରେ ବିନିଯୋଗ କରି ପାରିବେ । ପ୍ରେମିକ ପ୍ରେମିକାମାନେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନେବା ଲାଭଦାୟକ ହେବ । ଦାୟିତ୍ଵ ଗୁଡିକ ଭଲ ଭାବରେ ତୁଲେଇବା ଯୋଗେ ଅଧିକାରୀମାନେ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ । ବ୍ୟବସାୟରେ ଆର୍ଥିକ ସୁବିଧା ପାଇବାର ସମ୍ଭାବନା ଅଛି । ମଧୁମେହ ରୋଗୀମାନେ ସେମାନଙ୍କ ଖାଦ୍ୟରେ ଯତ୍ନବାନ ହେବା ଉଚିତ୍ । ଯୋଗ ଏବଂ ବ୍ୟାୟାମ ପାଇଁ ପର୍ଯ୍ୟାପ୍ତ ସମୟ ଦିଅନ୍ତୁ । ଖରାପ ଆଚରଣ କରୁଥିବା ଲୋକଙ୍କଠାରୁ ଦୂରେଇ ରୁହନ୍ତୁ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:- କର୍କଟରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳ ହେବେ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ଯିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆକସ୍ମିକଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ସ୍ୱାସ୍ଥ୍ୟ ଠିକ୍ ରହିବ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗିରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖି ପାରିବେ । ଘରୋଇ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ ଓ ଅଧ୍ୟୟନ ପାଇଁ ତତ୍ପର ହେବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରି ମାନସିକ ଅଶାନ୍ତି ଦେଖା ଦେଇ ପାରେ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:- କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । କୃଷିଜିବୀମାନେ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯାଇ ପାରନ୍ତି କିନ୍ତୁ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ ନାହିଁ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ତୁଳା ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ପ୍ରତିଭାକୁ ବୃଦ୍ଧି କରିବାକୁ ଚେଷ୍ଟା କରି ଆଗକୁ ବଢିବାକୁ ସୁଯୋଗ ପାଇବେ । ଯଥେଷ୍ଟ ଭାବପ୍ରବଣ ଏବଂ ସମ୍ବେଦନଶୀଳ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ, ଏହାକୁ ଭଲ ଭାବରେ ବିଚାର କରନ୍ତୁ । ବାର୍ତ୍ତାଳାପ ସମୟରେ ଯତ୍ନର ସହିତ ଶବ୍ଦ ବାଛନ୍ତୁ । ଲଭମେଟ ବିଷୟରେ ଆପଣ କିଛି ଜିନିଷ ଖରାପ ପାଇପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ନତୁବା ଉଦରପୀଡ଼ା, ରକ୍ତଚାପ ରୋଗବୃଦ୍ଧି ହୋଇପାରେ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ବିଚ୍ଛାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ । ଯାହାଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସମସ୍ତ କାର୍ଯ୍ୟରେ ସଫଳତା ପାଇବେ । ଧାର୍ମିକ ଓ ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ । ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଋଣପ୍ରାପ୍ତି, କର୍ମତତ୍ପର, ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଆଶାତୀତ ଲାଭବାନ ହେବେ । ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ । ଯାହାଫଳରେ କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ଉଚ୍ଚ ଆଶା ସଫଳହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ କରିବେ । ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ଶାରୀରିକ ପୀଡ଼ା, ମନର ଦୁଶ୍ଚିନ୍ତା ଦୂରେଇ ଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ବିଦ୍ୟାର୍ଥିମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମକର:-ମକର ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବା ସହ ସୁ ସମ୍ବାଦ ପାଇ ଖୁସିହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ । ଯାହାଫଳରେ କେତେକ କ୍ଷେତ୍ରରେ ଭଲ କାମକରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ଅକ୍ଷୂର୍ଣ୍ଣ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ ପାଇବେ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ସକଳ କାର୍ଯ୍ୟରେ ସଫଳ ହେବେ । ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟାବ୍ୟବସାୟ ଭାବରେ ଅବସ୍ଥାନ କରିବେ । ଯାହାଫଳରେ ନୂଆ ନୂଆ ଉପାୟ ଚିନ୍ତା କରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଆର୍ଥିକ ଉନ୍ନତି ଯୋଗୁଁ ଗୃହର ବାତାବରଣ ଶାନ୍ତ ରହିବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନା ପ୍ରସ୍ତୁତ କରି ପାରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Written by

Your Astrology Guru

Discover the cosmic insights and celestial guidance at YourAstrologyGuru.com, where the stars align to illuminate your path. Dive into personalized horoscopes, expert astrological readings, and a community passionate about unlocking the mysteries of the zodiac. Connect with Your Astrology Guru and navigate life's journey with the wisdom of the stars.

Leave a Comment

Item added to cart.
0 items - 0.00